ପୁରୀ: ଆଜି ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଗାଇଡଲାଇନ କରିବାକୁ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ଜିଲ୍ଲାପାଳ, ଉନ୍ନୟନ ପ୍ରଶାସକ, ଛତିଶା ନିଯୋଗ ସଦସ୍ୟ ପ୍ରମୁଖ ସାମିଲ ହୋଇଥିଲେ। ବୈଠକ ପରେ ରାଜ୍ୟରେ ଦୃତ କରୋନା ସଂକ୍ରମଣ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ନିଷ୍ପତ୍ତି ହୋଇଛି। ଆଗକୁ ମହାପ୍ରଭୁଙ୍କର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ରହିଛି ମେ’ ୧୫ ତାରିଖରେ। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
1. Shree Jagannatha Temple will remain closed for Darshan of Lords by the public till 15/05/21. All the daily rituals will continue with help of Sevayats and temple officials.
— Shree Jagannatha Temple Office, Puri (@SJTA_Puri) April 24, 2021
ଶ୍ରଦ୍ଧାଳୁମାନେ ମେ’ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ଲାଭ କରିପାରିବେ ନାହିଁ। କଟକଣା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେଁ ସୂଚନା ପ୍ରଦାନ କରାଯାଇଛି। ନିର୍ବିଘ୍ନ ନୀତିକାନ୍ତି ନିମନ୍ତେ ସେବାୟତଙ୍କ ସୁସ୍ଥତା ପାଇଁ ଦର୍ଶନ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଲେ ବି ଦୈନିକ ନୀତିକାନ୍ତି ଚାଲୁ ରହିବ।