କରୋନା ନେଲା ଆଉ ୭ ଜୀବନ, ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଲା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ପଜିଭିଟ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୨, ବରଗଡ଼ରୁ ୨୬୨, ଭଦ୍ରକରୁ ୮୭, ବରଗଡ଼ରୁ ୧୮୯, ବୌଦ୍ଧରୁ ୩୨, କଟକରୁ ୩୪୩, ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୮, ଗଜପତିରୁ ୭୮, ଗଞ୍ଜାମରୁ ୧୩୪, ଜଗତସିଂହପୁରରୁ ୭୩, ଯାଜପୁରରୁ ୩୨୪, ଝାରସୁଗୁଡ଼ାରୁ ୨୫୪, କଳାହାଣ୍ଡିରୁ ୩୨୧, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୧୧୮, ଖୋର୍ଦ୍ଧାରୁ ୮୭୫, କୋରାପୁଟରୁ ୭୧, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୫୮, ନବରଙ୍ଗପୁରରୁ ୩୧୮, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୩୦, ପୁରୀରୁ ୧୮୦, ରାୟଗଡ଼ାରୁ ୧୦୪, ସମ୍ବଲପୁରରୁ ୨୮୦, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୭୮୫ ଏବଂ ଷ୍ଟେଟ୍ ପୁଲରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.