୫ ରୁ ପୁଣି ଲକ୍‌ଡାଉନ୍‌, ୨ ସପ୍ତାହ ପାଇଁ ସାରା ରାଜ୍ୟରେ କଟକଣା

ଭୁବନେଶ୍ୱର: ଆସନ୍ତା ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ରହିବ ନାହିଁ। ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ। ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ। ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.