ପୁରୀ: ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ଆଜି (ବୁଧବାର) ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିବ। ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଡ଼ଃ. କ୍ରିଷନ କୁମାର ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ଶ୍ରୀକ୍ଷେତ୍ରରେ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି। ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତିକାନ୍ତି ହେବ। ସେହିପରି ଭାବେ ଭକ୍ତ ବିନା ଭକ୍ତରେ ସ୍ନାନଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି।