ବିନା ପରିକ୍ଷାରେ ମାଟ୍ରିକ ରେଜଲ୍ଟ: ୭୭୦୩ ଜଣ ଛାତ୍ରଛାତ୍ରୀ ଫେଲ୍

ଭୁବନେଶ୍ୱର: ଆଜି ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା (ବିଏସଇ) ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ଯେ, ଏବର୍ଷ ମୋଟ ୫, ୭୪, ୧୨୫ ଜଣ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଛନ୍ତି। ମୋଟ ପାସ୍‌ ହାର ୯୭.୮% ରହିଛି। ସେହିପରି ୭୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିବା ବେଳେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ଆଉ ୨୨୫୬ ଜଣ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ଦେଇ ନାହାନ୍ତି। ତେବେ ଏଥର କୌଣସି ସ୍କୁଲ ଶୂନ୍ୟ ରେଜଲ୍ଟ କରି ନାହାନ୍ତି। ଅନ୍ୟପକ୍ଷରେ ୫୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.