ନୂଆପଡା: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇ ଯାଇଛି। ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାକୁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ନୂଆପଡା ଜିଲ୍ଲାପାଳ ସ୍ଵଧା ଦେବ ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା,ସନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ଖରିଆର ବିଧାୟକ ଅଧୀରାଜ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ। ଜିଲ୍ଲପାଳ ସ୍ୱାଗତ ଭାଷଣ ରଖିଥିଲେ।
ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ସି.ଡି.ଏମ.ଓ. ଡ଼ା. କାଳିପ୍ରସାଦ ବେହେରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାନୁ ମାଝୀ, ବିଜେଡି ଜିଲ୍ଲା ସଭାପତି ମନୋଜ ମିଶ୍ର, ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ଅବନୀ ଯୋଶୀ, ଯୁବ ବିଜେଡି ଜିଲ୍ଲା ସଭାପତି ହରିଶ ଚନ୍ଦ୍ର ପଣ୍ଡା,
ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ କାର୍ତିକ ଦୀପ, କାଳିଆ ପ୍ରଧାନ, ସମ୍ପାଦକ ସୁଧୀର ମିଶ୍ର, ଏନ.ଏ.ସି. ସଭାପତି ମହେଶ ନିଆଲ, ବିଜେପି ବରିଷ୍ଠ ନେତା ସୁଶାନ୍ତ ପତି, ଡି.ପି.ଏମ. ବିଶ୍ୱମ୍ବର ବେହେରା, ଏ.ଡି.ଏମ.ଓ. ଡ଼ା. ଜ୍ୟୋତ୍ସ୍ନା ରାଣୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ନୂଆପଡା ଜିଲ୍ଲା ପ୍ରତିନିଧି ମହେନ୍ଦ୍ର ବାଗ (ରାହୁଲ)ଙ୍କ ରିପୋର୍ଟ OdiaBarta.in