ମହାଲିଙ୍ଗଠାରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଉଦ୍‌ଘାଟିତ

କଳାହାଣ୍ଡି,(ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗଠାରେ ଏକ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଶକ୍ତି,ଶିଳ୍ପ,ଏମଏସଏମଇ ଓ ଗୃହରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଏହି ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ ।


ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ, ମହାଲିଙ୍ଗ ଅଞ୍ଚଳବାସୀଙ୍କ ଦିର୍ଘ ଦିନର ସ୍ୱପ୍ନ ଆଜି ପୂରଣ ହେଲା ଓ ଅଞ୍ଚଳବାସୀଙ୍କୁ ନିଜ ଅଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ମିଳି ପାରିବ । ଏହି ଉଦ୍‌ଘାଟନୀ ସମାରୋହରେ ସମ୍ମାନିତ ଅତିଥି ଭାବେ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଲେଶ୍ୱର ନାଏକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡଃ. ପ୍ରତାପ କୁମାର ବେହେରା,

ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଅବନୀ ରଞ୍ଜନ ମହାପାତ୍ର, ମହାଲିଙ୍ଗ ସରପଞ୍ଚ ସୁଶାନ୍ତ କୁମାର ସାହୁ, ମହାଲିଙ୍ଗ ବିଜ୍ଞାନ କଲେଜ ଅଧ୍ୟକ୍ଷ ଗୋବିନ୍ଦ ସାହୁ, ପୂର୍ବତନ ଶିକ୍ଷକ ସାରଙ୍ଗ ସାହୁ, ବିଭୁତି ସାହୁ, ପୂର୍ବତନ ଧର୍ମଗଡ ବ୍ଲକ ଶିକ୍ଷାଧିକାରୀ କିଶୋର ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ ଅବସରରେ ମହାଲିଙ୍ଗ ଶିବ ମନ୍ଦିର ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଧ୍ୟ ହୋଇଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.