ପ୍ରାଥମିକ ଶିକ୍ଷକ ସଂଘ ଜୟପାଟଣା ପକ୍ଷରୁ ବନ ମହୋତ୍ସବ କାର୍ଯ୍ୟକ୍ରମ

ଜୟପାଟଣା, (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ଅନ୍ତର୍ଗତ ଉଚ୍ଛଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜୟପାଟଣା ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ଏବଂ ବନ ବିଭାଗର ମିଳିତ ସହଯୋଗରେ ଆୟୋଜିତ ଉକ୍ତ ବନମହୋତ୍ସବରେ ଲାଞ୍ଜିଗଡ଼ ବିଧାୟକ ଶ୍ରୀଯୁକ୍ତ ପ୍ରଦିପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ।

Omkar Vasthu
Omkar Vasthu


ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶେଷ ଦେବ ବେହେରା, ବରିଷ୍ଠ ବିଜେଡି ନେତା ସତ୍ୟ ନାରାୟଣ ଅଗ୍ରୱାଲ, ସମାଜସେବୀ ମାନସିଂହ ରଣା, ଜୟପାଟଣା ବ୍ଲକ ବନ ଖଣ୍ଡ ଅଧିକାରୀ ରଜନୀକାନ୍ତ ମେହେର, ବିଆରସିସି ଟିକେଚନ୍ଦ୍ର ମାଝୀ, ଏବିଇଓ ଅଚ୍ୟୁତ କୁମାର ସାହୁ, ଜୟପାଟଣା ବ୍ଲକ ଶିକ୍ଷକ ସଂଘର ସଭାପତି ଲଲିତ କୁମାର ନାଏକ,

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଉଚ୍ଛଳା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନବ କିଶୋର ନାଏକଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ତଥା ବନ ବିଭାଗର କର୍ମକର୍ତ୍ତା ଏବଂ ଅଞ୍ଚଳର ଜନ ସାଧାରଣ ବନ ମହୋତ୍ସବରେ ଯୋଗଦାନ କରିଥିଲେ। ଏହି ଅବସରରେ ମାନ୍ୟବର ବିଧାୟକ ବିଦ୍ୟାଳୟ ପରିସର ବୃକ୍ଷ ରୋପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.