ରାଜ୍ୟରେ ଆଂଶିକ ଲକଡାଉନ ବଳବତ୍ତର: ଜାଣନ୍ତୁ ନୂତନ ଗାଇଡଲାଇନ ସମ୍ପର୍କରେ

ଭୁବନେଶ୍ୱର: ରାଜ୍ୟ ପାଇଁ ନୂଆ ଗାଇଡଲାଇନ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ ଲାଗୁ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। କାଟେଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ। କାଟେଗୋରୀ ‘ଏ’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର। କାଟେଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର। କାଟେଗୋରୀ ‘ବି’ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର। କାଟେଗୋରୀ ‘ବି’ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ। କାଟେଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ। ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ। ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ। ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ। ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି। ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି ମିଳିଛି। ତେବେ ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ। ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ। ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ। ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.