ଭୁବନେଶ୍ବର,୧୫/୨: ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ପାଇଁ ଆସନ୍ତାକଲି ସାରା ରାଜ୍ୟରେ ୨ମିନିଟ ନିରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଶନିବାର ଦିନ ୧୧ଟାରେ ରାଜ୍ୟର ସମସ୍ତ ବିଦ୍ୟାଳୟରେ ୨ମିନିଟ ନିରବ ପ୍ରାର୍ଥନା କରାଯିବ।
ଏଠାରେ ସୂଚନାଯୋଗ୍ୟ ଯେ, ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ଗତକାଲି ଆତଙ୍କବାଦୀମାନେ ଆତ୍ମଘାତୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୪୪ ଜଣ ଯବାନ ସହିଦ ହୋଇଥିବା ବେଳେ ୩୦ରୁ ଉର୍ଦ୍ଧ୍ବ ଆହତ ହୋଇଥିଲେ।