ଅଙ୍ଗନବାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟ ଅଭିଯୋଗ: ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ଗୁଣୁପୁର/ରାମନାଗୁଡା, (ଦିଲୀପ କୁମାର ପଣ୍ଡା): ରାୟଗଡା ଜିଲ୍ଲା ରାମନାଗୁଡ଼ା ବ୍ଲକ କୁଜେନ୍ଦ୍ରୀ ପଂଚାୟତ ଅଧୀନସ୍ଥ ନାରାୟନଗୁଡା ଅଙ୍ଗନବାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଗ୍ରାମବାସୀ ଓ ମହିଳାମାନେ ଆଜି ରାମନାଗୁଡା ସମନ୍ବିତ ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣା ଦେଇଥିଲେ। ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ସାମଗ୍ରୀ ଦେବାରେ ଅନିୟମିତତା ଏବଂ ଶିଶୁ ମାନଙ୍କ ଅଭିଭାବକଙ୍କ ସହ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ।

Omkar Vasthu
Omkar Vasthu


ଏ ନେଇ ଗତ ମାସ୧୯ ତାରିଖରେ ଗୁଣୁପୁର ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ ଏବଂ ୨୭ ତାରିଖରେ ଶିଶୁ ବିକାଶ ଯୋଜନା ଅଧିକାରୀଙ୍କ କାର୍ଯ୍ୟଳୟରେ ଅଭିଯୋଗ ପତ୍ର ଦେଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ କୌଣସି ତଦନ୍ତ କିମ୍ବା କେନ୍ଦ୍ରକୁ ପରିଦର୍ଶନ ମଧ୍ୟ ବିଭାଗୀୟ ଅଧିକାରୀ ଯାଇ ନଥିବାରୁ , ଶେଷରେ ଆଜି ନାରାୟଣ ଗୁଡା ଗ୍ରାମର ମହିଳା ମାନେ ଉକ୍ତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିବା ପ୍ରକାଶ କରିଛନ୍ତି।
ଏନେଇ ରାମନାଗୁଡା ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ରଥ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବା ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.