ସିର୍ଜାପାଲି ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳନ

କଳାହାଣ୍ଡି, ୬|୯: କେସିଙ୍ଗା ବ୍ଲକ ଅନ୍ତର୍ଗତ ସିର୍ଜାପାଲି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥମେ ଅତିଥିମାନେ ବିଶିଷ୍ଟ ଶିକ୍ଷାବିତ୍, ଦାର୍ଶନିକ, ସମାଜସେବୀ, ଭାରତର ପ୍ରଥମ ଉପରାଷ୍ଟ୍ରପତି ଓ ଦ୍ଵିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ତୈଲ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ପ୍ରଦୀପ ପ୍ରଜ୍ୱଳନ କରିଥିଲେ।

Omkar Vasthu
Omkar Vasthu


ବିଦ୍ୟାଳୟର ପ୍ରଧାନଶିକ୍ଷକ ଯତୀନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ସମାରୋହରେ ଲୋକ ସଂସ୍କୃତି ଗବେଷକ ତଥା କଶୃପଡା ମହାବିଦ୍ୟାଳର ଓଡ଼ିଆ ଅଧ୍ୟାପକ ଡକ୍ଟର ଅଜିତ କୁମାର ବେହେରା ମୁଖ୍ୟବକ୍ତା ଭାବରେ ଯୋଗଦେଇ ଗୁରୁଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହିତ ଛାତ୍ରଛାତ୍ରୀମାନେ ଜୀବନରେ କିପରି ସଫଳ ହୋଇ ପାରିବେ ସେ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ।

Pearl dental clinic
Near Ashish Medical Store, Bhawanipatna


ଏଥିରେ ବିଦ୍ୟାଳୟର ସହକାରୀ ଶିକ୍ଷକ କୁଶ ପଧାନ, ସରୋଜ ସାହୁ ଏବଂ ମହାଲିଙ୍ଗ ଗହୀର ଛାତ୍ରଛାତ୍ରୀ ମାନଙ୍କୁ ଅନେକ ଦିଗ ଦର୍ଶନ ଦେଇଥିଲେ। କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ରଶ୍ମିତା କର ଅତିଥି ପରିଚୟ, ସ୍ଵାଗତ ଭାଷଣ ଦେଇଥିବାବେଳେ ଶିକ୍ଷକ ଦୀନକୃଷ୍ଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟବକ୍ତା ଡକ୍ଟର ବେହେରା ତାଙ୍କ ସଦ୍ୟ ପ୍ରକାଶିତ କଳାହାଣ୍ଡିର ଲୋକ ବିଶ୍ବାସ ପୁସ୍ତକ ବିଦ୍ୟାଳୟର ଲାଇବ୍ରେରୀକୁ ପ୍ରଦାନ କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.