ଜୟପାଟଣା, (ଧନେଶ୍ଵର ପୁଞ୍ଜି): ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କୋଭିଡ୍ ସ୍ଥିତିରେ ରକ୍ତର ଅଭାବ ଦୂର କରିବା ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଓଡିଶା ମୋ ପରିବାର ତରଫରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି।
ଲାଞ୍ଜିଗଡ଼ ବିଧାୟକ ପ୍ରଦିପ କୁମାର ଦିଶାରୀ ଓ ବିଜୁ ଜନତା ଦଳ କଳାହାଣ୍ଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ମିଳିତ ଭାବେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ।
ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ ଓ ବିଜୁ ମହିଳା ଜନତା ଦଳର ସହଯୋଗରେ ରକ୍ତଦାନ ଶିବିରରୁ ୯୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।