ନର୍ଲାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା

କଳାହାଣ୍ଡି, (ଲିଙ୍ଗରାଜ ମିଶ୍ର): ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ଏହି ଦିନକୁ ସ୍ମରଣ କରିବାକୁ ଯାଇ ବିଶ୍ବକର୍ମା ପୂଜା ପାଳିତ ହୋଇଥାଏ ।ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ଥିବାରୁ ନର୍ଲା ବ୍ଲକର ରୁପ୍ରାରୋଡ, ନର୍ଲା, ଛତିକୁଡା, ବୁଢିପଦର, ନର୍ଲାରୋଡ ଆଦି ସ୍ଥାନ ମାନଙ୍କରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି ।

ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୁରାଣରେ ବର୍ଣ୍ଣନା ରହିଛି । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ । ସେଥିପାଇଁ ବିଭିନ୍ନ ଶିଳ୍ପାନୁଷ୍ଠାନମାନଙ୍କରେ କନ୍ୟା ସଂକ୍ରାନ୍ତିରେ ବିଶ୍ୱକର୍ମା ପୂଜା କରାଯାଏ ।

ସ୍ୱଗର ଅମରାବତୀ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ । ଦେବତାମାନଙ୍କର ସମସ୍ତ ଶସ୍ତ୍ର, ବିମାନ ଆଦି ଏହାଙ୍କ ଦ୍ୱାରା ନିର୍ମିତ । ବଢ଼େଇ, ନିର୍ମାତା ଓ କାରିଗରମାନେ ନିଜ ନିଜ ଘରେ ବିଶ୍ୱକର୍ମାଙ୍କୁ ଏ ଅବସରରେ ପୂଜା କରନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.