କଳାହାଣ୍ଡି, (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ସରିଆଁ କ୍ଲଷ୍ଟର୍ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଶିକ୍ଷକ ପ୍ରଶିକ୍ଷକ ବିଜ୍ଲୀ ଏକ୍କା, ଈଶ୍ୱର ଚନ୍ଦ୍ର ବେହେରା, ସାଧନକର୍ମୀ ଆଦିକନ୍ଦ ସାହୁ, କିଶୋର ଭୋଇ ପ୍ରମୁଖ ଶିକ୍ଷଣ ଫଳାଫଳ, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି, ପ୍ରାରମ୍ଭିକ ସାକ୍ଷରତା ଓ ସଂଖ୍ୟାତ୍ମକ ଜ୍ଞାନ ଆଦି ବିଷୟରେ ତାଲିମ ଦେଇଥିଲେ । ସିଆର୍ସିସି ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ମୁଖ୍ୟ ଅତିଥି ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟସେନ ନିଆଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବାସହ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦିଗ୍ଦର୍ଶନ ଦେଇଥିଲେ ।