ବିଦ୍ୟୁତ ସଂସ୍ପର୍ଶରେ ଆସି ଦଶପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କଳାହାଣ୍ଡି, (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ପ୍ରାପ୍ତ ସୂଚନା ଅନୁସାରେ ଆଜି ସକାଳ ସମୟରେ ଦଶପୁର ଗ୍ରାମର ଘନଶ୍ୟାମ ମେହେର (୪୫) ସେ ନିଜସ୍ୱ ବାଇକ ଗ୍ୟାରେଜରେ ବିଦ୍ୟୁତ ବୋର୍ଡ ମରାମତି କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲେ । ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନରେ ଭର୍ତ୍ତି କରିଥିଲେ କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ଦଶପୁର ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ଡାକ୍ତରଖାନକୁ ଯାଇ ଶବ ଜବତ କରିବା ସହିତ ଏସଂକ୍ରାନ୍ତରେ ଗୋଲାମୁଣ୍ଡା ଥାନା କେସ ନମ୍ବର ୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ଶବକୁ ପରିବାରକୁ ହସ୍ତାନ୍ତର କରିଥିବା ଫାଣ୍ଡି ଅଧିକାରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.