ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଗତ ୧୩ ତାରିଖରେ ଏହି ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିଲେ। ତିନି ନୂଆ ବିଚାରପତି ଶପଥ ନେବା ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ହୋଇଛି ୧୭ । ନିକଟରେ ୨ ଜଣ ବିଚାରପତି ଅନ୍ୟ ହାଇକୋର୍ଟରୁ ଓଡିଶା ହାଇକୋର୍ଟକୁ ବଦଳି ହୋଇ ସେମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ୮ ତାରିଖରେ ଜଷ୍ଟିସ ଯଶୱନ୍ତ ସିଂ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଇଥିଲେ। ଓଡିଶା ହାଇକୋର୍ଟର ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ରହିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.