ଢେପଗୁଡା ଘାଟି ନିକଟରେ ଅଜଣା ଗାଡ଼ି ଧକ୍କାରେ ଯୁବକ ଗୁରୁତର

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ଛକରୁ ଭବାନୀପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ଢେପଗୁଡା ଘାଟି ନିକଟସ୍ଥ ମଙ୍ଗଳା ମନ୍ଦିର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ମ. ରାମପୁର ନିକଟସ୍ଥ ଶ୍ରୀପାଲି ଗାଁର ବୋଲି ଜଣାପଡିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସେ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ି ରହିଥିବା ଦେଖି ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ତଥା ବିଶ୍ଵନାଥପୁର ପୁଲିସକୁ ଖବର ଦେଇଥିଲେ। ବିଶ୍ଵନାଥପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ ତେବେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି।

Udyog Nursery
Udyogi Nursery

ଲାଞ୍ଜିଗଡ଼ରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.