ଗ୍ୟାସ ଲିକ୍‌ରୁ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାରବର୍ଗ

କଳାହାଣ୍ଡି, (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ସାଲେଗାଁରେ ଅଘଟଣ । ଗ୍ୟାସ ଟାଙ୍କି ଲିକ୍‌ ହେବାରୁ ଗୋଟିଏ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେପଟେ ପରିବାରର ଜଣେ ବ୍ୟକ୍ତିଙ୍କ ଦେହରେ ନିଆଁ ଲାଗିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପଟଣା ରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ସାଲେଗାଁର ଟଙ୍କଧର ସାହୁଙ୍କ ପତ୍ନୀ ଘରେ ରୋଷେଇ କରୁଥିବା ସମୟରେ ହଠାତ ଗ୍ୟାସ ଟାଙ୍କି ଲିକ ହୋଇଥିଲା । ଏହାପରେ କ୍ଷଣିକ ମଧ୍ୟରେ ଚାରିପଟେ ନିଆଁ ବ୍ୟାପି ଯାଇଥିଲା । ପରିବାର ଲୋକଙ୍କ ଚିତ୍କାର ଶୁଣି ଗାଁ ଲୋକେ ଆସି ପରିବାର ସଦସ୍ୟଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି ।

ସେପଟେ ପରିବାରର ଅନ୍ୟ ସଦସ୍ୟ ବର୍ତ୍ତି ଯାଇଥିବାବେଳେ ଟଙ୍କଧରଙ୍କ ଦେହରେ ନିଆଁ ଲାଗିଯାଇଥିଲା । ତେବେ ଗାଁ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିବାବେଳେ ଟଙ୍କଧରଙ୍କ ସମ୍ପୂର୍ଣ୍ଣ ଘର ଜଳି ଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କଟିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି କ୍ଷୟକ୍ଷତିର ଆକଳନ ପରେ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.