ଗୋଲାମୁଣ୍ଡା ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୋଭିଡ଼ ଟୀକାକରଣ କାର୍ଯ୍ୟକ୍ରମ

କଳାହାଣ୍ଡି, (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୋଭିଡ଼ ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଜୟନ୍ତ କୁମାର ଜେନା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଗୋଷ୍ଠୀ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଅବନା ଭୋଇ, ମନୋଜ କୁମାର ସାହୁ, ଲେନିନ କୁମାର ସାହୁ, ଟୀକା କର୍ମୀ କାଜଲ ପଟେଲ ପ୍ରମୁଖ ଏହି ଟୀକାଦାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ, କବି ପ୍ରସାଦ ପଟ୍ଟନାୟକ, ସନ୍ଦୀପ କାନୁନଗୋ, ଯଯାତି କେଶରୀ ରାଉତ, ତ୍ରିନାଥ ପଟ୍ଟନାୟକ, ପ୍ରମୋଦ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମରେ ସହାୟତା କରିଥଲେ । ଯୁବ ରେଡକ୍ରସ ପରାମର୍ଶଦାତା ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ଓ ଭାରତ ସ୍କାଉଟ ରୋଭର ଲିଡର ସନ୍ତୋଷ କୁମାର ବାରିକ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ମୋଟ ୧୪୨ ଜଣ ଛାତ୍ର ଛାତ୍ରୀଙ୍କୁ କୋଭିଡ଼ ଟୀକା ଦିଆଯାଇଥିଲା ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.