କୋରାପୁଟ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କୋରାପୁଟ, (ତ୍ରିନାଥ ପଟ୍ଟନାୟକ): ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ପରିସରରେ କୋରାପୁଟ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲ୍ଲାପାଳ ଅବଦ୍ଦାଲ ଏମ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟଗୁରୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକା ପାଠ କରିଥିଲେ । ଜିଲ୍ଲା ପୋଲିସର ୪ ଗୋଟି ଦଳ ପ୍ୟାରେଡରେ ଅଂଶଗ୍ରହଣ କରି ମୁଖ୍ୟ ଅତିଥିଙ୍କୁ ସମ୍ମାନ ଜଣାଇବେ ବୋଲି ବୈଠକରେ ନିଷ୍ପତି ନିଆଯାଇଥିଲା । ପିଲାମାନେ ପ୍ୟାରେଡରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସୀମିତ କରୋନା ଯୋଦ୍ଧା ଓ ଶ୍ରେଷ୍ଠ ଅଧିକାରୀଙ୍କୁ ସମ୍ମାନ୍ନିତ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି ।ଜନସାଧାରଣ ସାମିଲ ହେବେ ନାହିଁ ଓ ସାମାଜିକ ଦୂରତାକୁ ପାଳନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । ଅନଲାଇନ ମାଧ୍ୟମରେ ପିଲାମାନଙ୍କ ମଧ୍ୟରେ ରଚନା ଓ ଚିତ୍ରାଜ୍ଞନ ପ୍ରତିଯୋଗିତା ଆୟୋଜନ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି । ଜୟପୁରଠାରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଛୋଟ ଧରଣର ସାଧାରଣତନ୍ତ୍ର ଦିବସ ପାଳନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି, କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର, ଜୟପୁର ଉପଜିଲ୍ଲାପାଳ ବେଦବର ପ୍ରଧାନ, ଜଳବିଭାଜିକା ଉପନିର୍ଦ୍ଦେଶକ ଅରୁଣ କୁମାର ଦାସ, ପୋଲିସ ଆରଆଇ ସୁବାସ ଚନ୍ଦ୍ର ନାୟକ, କୋରାପୁଟ ଟାଉନଥାନା ଏସଆଇ ସୁଦର୍ଶନ ଅଧିକାରୀ, ଅଗ୍ନିଶମ ଅଧିକାରୀ ସଂଜିବ ବେହେରା ପ୍ରମୁଖଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ନନ୍ଦପୁର କଲେଜ ଅଧ୍ୟାପକ ରବି ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ ।ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର ସତ୍ୟ ନାରାୟଣ ପ୍ରଧାନ, ଏ.କେ.ବେହେରା, ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.