ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟିଂ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ଫେବୃଆରୀ ୧୬ ସକାଳ ୭ଟାରୁ ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ, ଏହା ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୧୬୬୯ଟି ଗ୍ରାମ ପଞ୍ଚାୟତାରେ ୨୦୦ଟି ଜିଲ୍ଲା ପରିଷଦ ସଭ୍ୟ ଆସନ ପାଇଁ ପଡିବ ଭୋଟ । ପ୍ରଥମ ପର୍ଯ୍ୟାୟରେ ମୋଟ ୨୨,୩୭୯ଟି ବୁଥରେ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ନିଜର ମତ ସାବ୍ୟସ୍ତ କରିବେ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୩୫୭ଟି ସମ୍ବେଦନଶୀଳ ବୁଥ ରହିଛି । ପ୍ରଥମ ପର୍ଯ୍ୟାୟରେ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ୭୨୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.