ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେଁସ୍କିଙ୍କ ସହ କଥା ହେଲେ ଭାରତର ପ୍ରଧାନମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ରାଷ୍ଟ୍ରପତି ମହାମହିମ ଭୋଲୋଦିମିର ଜେଲେଁସ୍କିଙ୍କ ସହିତ କଥା ହୋଇଛନ୍ତି । ରାଷ୍ଟ୍ରପତି ଜେଲେଁସ୍କି ୟୁକ୍ରେନରେ ବର୍ତ୍ତମାନର ସଂକଟପୂର୍ଣ୍ଣ ପରିସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ । ଯୁଦ୍ଧ କାରଣରୁ ୟୁକ୍ରେନରେ ହୋଇଥିବା ଜୀବନ ଓ ସମ୍ପତ୍ତି ହାନି ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗଭୀର ଦୁଃଖ ପ୍ରକଟ କରିଥିଲେ । ହିଂସାର ତୁରନ୍ତ ପରିସମାପ୍ତି କରିବା ସହିତ ଆଲୋଚନା ମାର୍ଗକୁ ଫେରିବା ଲାଗି ପ୍ରଧାନମନ୍ତ୍ରୀ ତାଙ୍କର ନିବେଦନକୁ ପୁଣିଥରେ ଦୋହରାଇଥିଲେ । ସେ କହିଥିଲେ ଯେ ଶାନ୍ତି ପ୍ରକ୍ରିୟାରେ ଭାରତ ଯେକୌଣସି ପ୍ରକାର ହସ୍ତକ୍ଷେପ କରିବା ଲାଗି ପ୍ରସ୍ତୁତ ରହିଛି । ୟୁକ୍ରେନରେ ଥିବା ଭାରତୀୟ ନାଗରିକ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ନେଇ ପ୍ରଧାନମନ୍ତ୍ରୀ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ । ଭାରତୀୟ ନାଗରିକମାନଙ୍କୁ ତୁରନ୍ତ ଏବଂ ନିରାପଦ ଭାବେ ଉଦ୍ଧାର କରିବା ଲାଗି ୟୁକ୍ରେନ କର୍ତ୍ତୃପକ୍ଷଙ୍କ ଠାରୁ ସେ ସହଯୋଗ ଲୋଡ଼ିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.