ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭବାନୀପାଟଣା ସ୍ଥିତ ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡି ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷା ସ୍ନେହାପ୍ରଭା ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜୟଦୁର୍ଗା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର, ସମ୍ମାନିତ ଅତିଥି ଭାବେ ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ ଯୋଗଦେଇ ସମାଜରେ ବୈଜ୍ଞାନିକ ଦୃଷ୍ଟି କୋଣର ପ୍ରଚାର ପ୍ରସାର କରି ଏକ ସୁସ୍ଥ ସମାଜ ଗଠନରେ ସହାୟକ ହେବାପାଇଁ ଆମେ ସମସ୍ତେ ବିଜ୍ଞାନ ଦିବସରେ ଶପଥ ନେବା ଏବଂ ବିଜ୍ଞାନର ଜୟ ଯାତ୍ରାରେ ସାମିଲ ହେବା ପାଇଁ ମତବ୍ୟକ୍ତ କରି ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଶ୍ରୀଯୁକ୍ତ କର “ଆନନ୍ଦ ଦାୟକ ବିଜ୍ଞାନ ଶିକ୍ଷା” ଓ “ଚମତ୍କାର ପଛରେ ଲୁଚିରହି ଥିବା ବିଜ୍ଞାନ” ଉପରେ ପରୀକ୍ଷଣ କରି ସମସ୍ତଙ୍କୁ ଦେଖେଇ ଥିଲେ ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅନୁଷ୍ଠାନର ପ୍ରାଚୀର ପତ୍ର “ନବଦିଗନ୍ତ” ଅନୁଷ୍ଠାନର ଅଧ୍ୟକ୍ଷାଙ୍କ ଦ୍ଵାରା ଉନ୍ମୋଚିତ ହେଇ ଥିଲା । ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Udyog Nursery
Udyogi Nursery

ପରିଶେଷ ରେ କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେଇ ଥିଲା । କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷକ ପ୍ରଶିକ୍ଷକ/ପ୍ରଶିକ୍ଷିକା ନରୋତ୍ତମ ଭୋଇ, ଭାରତୀ ଯାନୀ, ନିହାରିକା ଦେବୀ, ବିଜଲୀ ଏକ୍କା, ରାଜେଶ କୁମାର ଭୋଇ, ଅରୁଣ କୁମାର ଭୋଇ, ଅଚ୍ୟୁତାନନ୍ଦ ମଲ୍ଲିକ ଓ ସୁନିତା ଦୁର୍ଗା ପ୍ରମୁଖ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.