‘ଦୃଷ୍ଟି ମହତ୍ ଥିଲେ ସୃଷ୍ଟି ମହତ୍’

ସାହିତ୍ୟିକ କବି ବନ୍ଧୁ ପରିବାର ପକ୍ଷରୁ ଗୀତାମୃତ ପଠନ ଓ ଶ୍ରବଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ବାଲେଶ୍ବର:‌ ସାହିତ୍ୟିକ କବି ବନ୍ଧୁ ପରିବାର ବାଲେଶ୍ଵର ପକ୍ଷରୁ ଗୀତାମୃତ ପଠନ ଓ ଶ୍ରବଣ କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କର ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ରଞ୍ଜନ କୁମାର ମହାନ୍ତି ସଂଯୋଜନା କରିଥିବାବେଳେ ସମ୍ପାଦିକା ପ୍ରଣତି ମହାପାତ୍ର ସମସ୍ତଙ୍କୁ ସ୍ଵାଗତ ଜଣାଇବାସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ତଥା ବିଶିଷ୍ଟ ପ୍ରବଚକ ପ୍ରଦୀପ୍ତ କୁମାର ମିଶ୍ରଙ୍କର ଦୀକ୍ଷାନ୍ତ ଅଭିଭାଷଣରେ ସମସ୍ତେ ମନ୍ତ୍ରମୁଗ୍ଧ ହୋଇ ଶ୍ରୀମଦ୍ ଭଗବଦ୍ ଗୀତାର ଦ୍ବିତୀୟ ଅଧ୍ୟାୟ, ସାଂଖ୍ୟଯୋଗର ପ୍ରଥମ ଦଶଟି ଶ୍ଲୋକର ବ୍ୟାଖ୍ୟା ଶ୍ରବଣ କରି ପ୍ରୀତ ହୋଇଥିଲେ । ଦୃଷ୍ଟି ମହତ୍ ଥିଲେ ସୃଷ୍ଟି ମହତ୍ ବୋଲି ପ୍ରବଚକ ମହାଶୟ ବର୍ଣ୍ଣନା କରିଥିଲେ । ମୁମ୍ବାଇର ଶ୍ରୀମତୀ ସ୍ନେହ ମିଶ୍ର, ବାଲେଶ୍ବରରୁ ରଞ୍ଜନ କୁମାର ମହାନ୍ତି, ଯାଜପୁରରୁ ପ୍ରତିମା ଶତପଥୀ, ଭୁବନେଶ୍ୱରରୁ ବିଶ୍ବକସେନ ଦାସ ଦଶଟି ଶ୍ଲୋକ ପାଠ କରିବା ସହ ଅନ୍ଵୟ ମଧ୍ୟ କରିଥିଲେ । ପ୍ରଫୁଲ୍ଲ କୁମାର ଦାସ ଓ ବୈଜ୍ଞାନିକ ଅରୁଣ କୁମାର ମହାପାତ୍ର ଚୁମ୍ବକରେ ସାରତତ୍ତ୍ଵ ବର୍ଣ୍ଣନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାର ସାରସ୍ଵତ ଗୀତାମୃତ ପ୍ରେମୀ ଯୋଗ ଦେଇଥିବାବେଳେ ରୀତା ଅପରାଜିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.