ସୁଲୋଚନା ଦାସ ଭୁବନେଶ୍ୱର ମହାନଗର ନିଗମ ପାଇଁ ବିଜେଡିର ମେୟର ପ୍ରାର୍ଥୀ ଘୋଷିତ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କୁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଏହାସହ ବିଜେଡି ପକ୍ଷରୁ କଟକ ମ୍ୟୁନିସିପାଲ କର୍ପୋରେସନ ପାଇଁ ସୁବାସ ସିଂ ଏବଂ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ ପାଇଁ ସଂଘମିତ୍ରା ଦଳାଇଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି। ପୁର୍ବରୁ କଟକ ଏବଂ ଭବନେଶ୍ୱର ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ତେବେ ଏପର୍ଯ୍ୟନ୍ତ ବିଜେପି ପକ୍ଷରୁ ତିନି ମହାନଗର ନିଗମ ପାଇଁ କୌଣସି ପ୍ରାର୍ଥୀଙ୍କ ନାମ ଆସିନାହିଁ । ପୁର୍ବରୁ ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଚଳିତ ମାସ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ୭ ତାରିଖ ପର୍ଯ୍ୟନ୍ତ ଚାଲିବ । ୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ଏବଂ ସେହି ଦିନ ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ ତାରିଖରେ ସମସ୍ତ ପୌର ପାଳିକାରେ ନିର୍ବାଚନ ଅନୁଷ୍ଠିତ ହେବ । ମାର୍ଚ୍ଚ ୨୬ ରେ ଭୋଟ୍ ଗଣନା ଏବଂ ଫଳାଫଳ ଘୋଷଣା କରାଯିବ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.