ଏପ୍ରିଲ ୧୩ରୁ ୨୧ ପର୍ଯ୍ୟନ୍ତ ନବମ ଶ୍ରେଣୀ ସମ୍ମେଟିଭ୍‌-୨ ପରୀକ୍ଷା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ନବମ ଶ୍ରେଣୀ ପରିକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରାଯାଇଛି । ଆସନ୍ତା ଏପ୍ରିଲ ୧୩ରୁ ନବମ ଶ୍ରେଣୀ ସମ୍ମେଟିଭ୍ ପରୀକ୍ଷା-୨ ଆରମ୍ଭ ହେବ । ସକାଳ ୮ଟାରୁ ଫାଷ୍ଟ ସିଟିଂରେ ନିଜ ସ୍କୁଲରେ ହେବ ପରୀକ୍ଷା । ଖରାକୁ ଦୃଷ୍ଟିରେ ରଖି ପିଲାମାନଙ୍କ ପାଇଁ ସବୁ ପ୍ରକାରର ବନ୍ଦୋବସ୍ତ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ନିଜ ସ୍କୁଲରେ ନହୋଇ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ । ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳାଫଳ ନିର୍ଦ୍ଧାରଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ୧୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୨୧ ତାରିଖରେ ସରିବ । ତେବେ ଏପ୍ରିଲ ୧୮ରୁ ୨୬ ପର୍ଯ୍ୟନ୍ତ ଅନ୍ୟ ଏକ ସ୍କୁଲରେ ହେବ ମୂଲ୍ୟାୟନ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.