ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ ଏକାଙ୍କିକା ପ୍ରତିଯୋଗିତା

ଓଡ଼ିଆ ବାର୍ତ୍ତା/ କୋରାପୁଟ (ତ୍ରିନାଥ ପଟ୍ଟନାୟକ): କୋରାପୁଟ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ ଏକାଙ୍କିକା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଦୁଇବର୍ଷ ଧରି କୋଭିଡ କଟକଣା ମଧ୍ୟରେ କୌଣସି ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିନଥିଲା । ଚଳିତ ବର୍ଷ କୋରୋନା ସଂକ୍ରମଣ ନିୟନ୍ତ୍ରଣରେ ଥିବାରୁ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ ଭାଗ ନେଇଥିଲେ । କୋରାପୁଟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଏହି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ମୋବାଇଲ ଓ ଇଣ୍ଟରନେଟର ଅପବ୍ୟବହାରର ଛାତ୍ରଛାତ୍ରୀଙ୍କ ଉପରେ ପ୍ରଭାବକୁ ନେଇ ଛାତ୍ରୀ ଜଣକ ଏକାଙ୍କିକା ଲେଖିଥିଲେ । ସେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି । ବିଗତ ବର୍ଷ ଗୁଡ଼ିକରେ କୋରାପୁଟ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ଏକାଙ୍କିକା ଜାତୀୟସ୍ତରରେ ମନୋନୀତ ହୋଇ ପୁରସ୍କୃତ ହୋଇସାରିଛି । କୋରାପୁଟ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଶିବ ଶଙ୍କର ପଟ୍ଟନାୟକ ଏହାକୁ ନେଇ ସୂଚନା ଦେଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.