ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ମମତା ଶବରଙ୍କ ଦାୟିତ୍ଵ ଗ୍ରହଣ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ରୋଡ଼ ଗ୍ରାମପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ ମମତା ଶବର ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ଅବସରରେ ସରପଞ୍ଚ ମମତା ଶବର ସମସ୍ତ ୱାର୍ଡ଼ ସଭ୍ୟ/ସଭ୍ୟା, ନାଏବ ସରପଞ୍ଚ, ସମିତି ସଭ୍ୟା ଓ ଜନସାଧାରଣଙ୍କୁ ନିଜର କୃତଜ୍ଞତା ଅର୍ପଣ କରିବା ସହିତ ପଞ୍ଚାୟତର ବିକାଶ ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

ନିର୍ବାଚିତ ପ୍ରତିନିଧିମାନେ ମଧ୍ୟ ପଞ୍ଚାୟତର ବିକାଶ ଦିଗରେ ସହଭାଗୀ ହେବେ ବୋଲି ମତପୋଷଣ କରିଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ଉପସ୍ଥିତରେ ସରପଞ୍ଚ ମମତା ଶବରଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଅର୍ପଣ କରାଯାଇଥିଲା । ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା ଏଥିରେ ଶିକ୍ଷକ/ଶିକ୍ଷୟିତ୍ରୀ, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ସିଆରପି ଏମବିକେ, ଏବଂ ବିଭିନ୍ନ ଲାଇନ୍ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.