ଲଖିରାମ ଅଗ୍ରଓ୍ୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ମହିଳା ଆତ୍ମ ସୁରକ୍ଷା ତାଳିମ୍

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ): ଧର୍ମଗଡ ବ୍ଳକ ବେହେରା ସ୍ଥିତ ଲଖିରାମ ଅଗ୍ରଓ୍ୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ମହିଳା ଆତ୍ମ ସୁରକ୍ଷା ତାଳିମ ଶିବିର ଉଦଘାଟିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ସମାରୋହରେ ମୁଖ୍ୟ ବକ୍ତା ଭାବେ ଦନ୍ତେଶ୍ବରୀ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଜୟନ୍ତ କୁମାର ବାରିକ ଯୋଗଦେଇ ଆତ୍ମ ସୁରକ୍ଷା ତାଲିମ ଶିବିରର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିବା ସହ ଛାତ୍ରୀମାନଙ୍କୁ ଦିଗଦର୍ଶନ ପ୍ରଦାନ କରିଥିଲେ । ଅଧ୍ୟାପକ ରଂଜନ କୁମାର ପଣ୍ଡା, ମୋହନ ଚରଣ ବିଷି, ନିକୁଞ୍ଜ ବିହାରୀ ସାହୁ, ଯୁବ ସଂଗଠକ ରଜତ ବଂଶଳ ପ୍ରମୂଖ ମଞ୍ଚାସୀନ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଅଧ୍ୟାପକ ଅକ୍ଷୟ ପଟ୍ଟନାୟକ ସଭା ସଂଯୋଜନା କରିଥିବା ବେଳେ ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଫକିର ଚଣ୍ଡି, ଆଶୋକ ଚଣ୍ଡି, ସାନୁର୍ଯ୍ୟ ଗୋପାଳ ସହଯୋଗ କରିଥିଲେ । ମହାବିଦ୍ୟାଳୟର ଏକାଦଶ ଶ୍ରେଣୀର ୭୩ଜଣ ଛାତ୍ରୀ ପ୍ରଶିକ୍ଷଣ ନେବାପାଇଁ ଉପସ୍ଥିତ ଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.