ମା’ ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ପାଇଁ ଆତ୍ମସୁରକ୍ଷା ତାଲିମ ଶିବିର

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର: ସ୍ଥାନୀୟ ମା’ ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚଳିତ ଶିକ୍ଷାବର୍ଷର ନବାଗତ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷାରେ ସମର୍ଥ ହେବା ନିମନ୍ତେ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଗୋଲାମୁଣ୍ଡା ସ୍ଥିତ ସର୍ବମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନୋଡାଲ ସେଣ୍ଟର ମାଧ୍ୟମରେ ଏକ ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇ ଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜସେବୀ ମାଣିକ୍ୟ ଚନ୍ଦ୍ର ନାଏକ ଯୋଗଦେଇ ସାମ୍ପ୍ରତିକ ସମାଜରେ ମହିଳାମାନେ କିଭଳି ସଶକ୍ତ ହୋଇ ନିଜର ସୁରକ୍ଷା ନେଇପାରିବେ, ସେ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ଅଧ୍ୟାପକ ବବୃବାହାନ ବୁଦ୍ଧିଆ ସ୍ୱାଗତ ଭାଷଣ ଦେଇଥିବା ବେଳେ ସଂଯୋଜକ ଅଧ୍ୟାପକ ସରୋଜ କୁମାର ପଟ୍ଟଯୋଶୀ ତାଲିମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ସେକ ଅକ୍ତର, ଅଶୋକ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.