ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ୟାପିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ପ୍ରଥମ ବାର୍ଷିକ ଛାତ୍ରୀମାନଙ୍କ ପାଇଁ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି  ଉଦଯାପିତ ହୋଇ ଯାଇଛି । ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୃଙ୍ଖଳିତ ଜୀବନ ରେ ସୁରକ୍ଷିତ ଜୀବନର ବାର୍ତ୍ତା ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଗୋଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ନିଗ୍ଧା ରାଣୀ ପ୍ରଧାନ ଯୋଗଦେଇ ତାଲିମ୍ ପାଇଥିବା କୌଶଳକୁ ଭବିଷ୍ୟତ ଜୀବନରେ କାର୍ଯ୍ୟକାରୀ କରିବାକୁ ଆହ୍ବାନ ଦେଇଥିଲେ । ଅଧ୍ୟାପକ କବି ପ୍ରସାଦ ପଟ୍ଟନାୟକ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆଭିମୁଖ୍ୟ ବିଷୟରେ ଆଲୋକପାତ କରିଥିଲେ। ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ସ୍ଵାଗତ ଅଭିଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥଲେ। ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ପ୍ରଦୀପ କୁମାର ମିଶ୍ର ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଆତ୍ମବିଶ୍ବାସ ବୃଦ୍ଧି କରିଥାଏ ବୋଲି ମତ ଦେଇଥିଲେ । ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । କ୍ରୀଡ଼ା ଶିକ୍ଷକ ସନ୍ତୋଷ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ମୋଟ ୮୨ ଜଣ +୨ ପ୍ରଥମ ବାର୍ଷିକ ଛାତ୍ରୀଙ୍କୁ ମାଷ୍ଟର ପ୍ରଶିକ୍ଷକ ସୋନାଲି ପଣ୍ଡା ଓ ଜ୍ୟୋତ୍ସ୍ନା ସାହୁ ମାର୍ଚ୍ଚ ୨୫ ରୁ ଏପ୍ରିଲ୍ ୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରଶିକ୍ଷଣ ପ୍ରଦାନ କରିଥଲେ । ସମସ୍ତ ପ୍ରଶିକ୍ଷାର୍ଥିନୀ ତାଲିମ ପ୍ରମାଣ ପତ୍ର ଓ ଦୁଇ ପ୍ରଶିକ୍ଷିକାଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.