ମା’ ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଥୁଆମୂଳ ରାମପୁର ସ୍ଥିତ ମା’ ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କର ଆତ୍ମରକ୍ଷା କୌଶଳ ଓ ଆତ୍ମରକ୍ଷାରେ ସମର୍ଥ ହେବା ନିମିତ୍ତ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଆଠଦିନ ବ୍ୟାପୀ ଆୟୋଜିତ ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଥୁଆମୂଳ ରାମପୁର ଥାନା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ମାଝୀ ଯୋଗଦେଇ ସାମ୍ପ୍ରତିକ ସମୟରେ ଛାତ୍ରୀମାନଙ୍କର ଆତ୍ମସୁରକ୍ଷାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ବେହେରା ଯୋଗଦେଇ ଶିକ୍ଷା ସହିତ ଆତ୍ମରକ୍ଷାର ନିବିଡ଼ତା ସମ୍ପର୍କରେ ଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନାଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ କାର୍ଯ୍ୟକ୍ରମ ସଂଯୋଜକ ସରୋଜ କୁମାର ପଟ୍ଟଯୋଶୀ ସଭା ପରିଚାଳନା କରିଥିବା ବେଳେ ଅଧ୍ୟାପକ ଅଶୋକ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅତିଥିମାନେ ଛାତ୍ରୀମାନଙ୍କୁ ତାଲିମ ପ୍ରମାଣପତ୍ର ପ୍ରଦାନ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.