ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପରିଷଦ ସଦସ୍ୟ ପରିକ୍ଷିତ ନାଏକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ୨ନଂ ଜୋନ୍ ଜିଲ୍ଲାପରିଷଦ ସଦସ୍ୟ ପରିକ୍ଷିତ ନାଏକ । ଜିଲ୍ଲାପରିଷଦ ସଦସ୍ୟ ଶ୍ରୀଯୁକ୍ତ ନାଏକ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବା ସହିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ହସ୍ପିଟାଲ କତୃପକ୍ଷଙ୍କ ସହିତ ଆଲୋଚନା କରିଛନ୍ତି । ଏହି ଅବସରରେ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଭବାନୀ ଶଙ୍କର ଲେଙ୍କା, ଫାର୍ମାସିଷ୍ଟ ଟୁନା ପାଣିଗ୍ରାହୀଙ୍କ ସମେତ ହସ୍ପିଟାଲର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ସେହିପରି ସମାଜସେବୀ ସୁବାସ ଅଗ୍ରୱାଲ, ପରମାନନ୍ଦ ନାଏକ, ଦାସରଥି ତାଣ୍ଡି ପ୍ରମୁଖ ଜିଲ୍ଲାପରିଷଦ ସଦସ୍ୟଙ୍କ ସହିତ ଉପସ୍ଥିତ ରହିଥିବା ବେଳେ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟା ସମ୍ପର୍କରେ ସେମାନେ ନିଜର ମତ ରଖିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.