ତିନି ଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦଘାଟିତ

ଓଡିଶା ସହିତ ଅନ୍ୟ ତିନି ରାଜ୍ୟର ଚାଷୀ ସାମିଲ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲ ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ସୋମବାର ଠାରୁ ତିନିଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦଘାଟିତ ହୋଇଯାଇଛି । ଏନେଇ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁ, କର୍ଲାମୁଣ୍ଡା ଜୋନ୍-କ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ତହସିଲଦାର ବାସନ୍ତୀ ସେଠୀ, ଆୟୋଜକ ଏନଜିଓର ରାଜ୍ୟ ସଂଯୋଜକ ବସନ୍ତ କୁମାର ପାଣିଗ୍ରାହୀ, ଅମର କୁମାର ଗଉଡ଼, ବରିଷ୍ଠ ସାମ୍ବାଦିକ କମ୍ବୁପାଣି ମିଶ୍ର ପ୍ରମୁଖ ଯୋଗ ଦେଇ ଉଦଘାଟନ କରିଥିଲେ । ଏହି ଅବସରରେ ଅତିଥିମାନେ ପାରମ୍ପରିକ ବିହନ ଓ ଖାଦ୍ୟ ସୁରକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଏଥିରେ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ସମେତ ଓଡ଼ିଶାର ବରଗଡ଼, କୋରାପୁଟ, କନ୍ଧମାଳ, ବଲାଂଗୀର ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଚାଷୀ ମାନେ ପ୍ରଥମ ଦିବସରେ ଯୋଗଦେଇ ଅନେକ କିସମର ଦେଶୀ ବିହନ ସହିତ ମେଳାରେ ଅଂଶ ଗ୍ରହଣ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.