ବାଲିଗୁଡାର ପୂର୍ବତନ ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ନିଜ ବାସ ଭବନ ସଲାଗୁଡା ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକତାରୁ ଅବସର ଗ୍ରହଣ କରିବା ପରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି ଚିକିତ୍ସିତ ହେଉଥିଲେ । ଗୁରୁତର ହେବାରୁ ଶନିବାର ସକାଳ ସମୟରେ ମୃତ୍ୟୁ ବରଣ କରିଛନ୍ତି । ତାଙ୍କର ବିୟୋଗରେ ସମଗ୍ର ଜିଲ୍ଲା ବିଜେପି, ବିଜେଡି ଓ କଂଗ୍ରେସ ଦଳ ତଥା ବହୁ ନେତୃ ସ୍ଥାନୀୟ ବ୍ୟକ୍ତି ଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜିଲ୍ଲାରେ ଶୋକରେ ଛାୟା ଖେଳିଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ଝିଅ, ଜୋଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ ।ସ୍ୱର୍ଗତ କହଁରଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.