ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘ ବୈଠକ

ଏଲୋରା ପ୍ରିୟଦର୍ଶିନୀ ସଭାନେତ୍ରୀ, ଶୁଭ୍ରାଙ୍ଗୀ ପ୍ରିୟବାଦିନୀ ସମ୍ପାଦିକା ମନୋନୀତ

ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚ଼େଷ୍ଟିତ ‘ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ’ ଖୋର୍ଦ୍ଧା ଜିଲ୍ଲାର ବୈଠକ ଆଜି ମା’ ବରୁଣେଈଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି । ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ନେଇ ଆୟୋଜିତ ଉକ୍ତ ବୈଠକରେ ରାଜ୍ୟ ଉପସଭାପତି ରୌପ୍ୟରଞ୍ଜନ ସାମନ୍ତରାୟଙ୍କ ଉପସ୍ଥିତିରେ ଜିଲ୍ଲା ସଭାନେତ୍ରୀ ଭାବରେ ଏଲୋରା ପ୍ରିୟଦର୍ଶିନୀ, ଉପସଭାପତି ଦେବାଶିଷ ପତି, ସମ୍ପାଦିକା ଶୁଭ୍ରାଙ୍ଗୀ ପ୍ରିୟବାଦିନୀ, ସଂଯୋଜକ ବିଶ୍ବବିଜୟୀ ଦାଶ, ସହ ସଂଯୋଜକ ସୁଶିଲ କୁମାର ସାହୁ, ଯୁଗ୍ମ ସମ୍ପାଦକ ଅଶ୍ବିନୀ ମୁଦୁଲି, ଆଇଟି ସେଲ ସଂଯୋଜକ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କୁ ମନୋନୀତ କରାଯାଇଛି । ଜିଲ୍ଲାର ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସଂଘର ସଦସ୍ୟତା ଗ୍ରହଣ କରିଥିଲେ । RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚ଼ିବ ଓ ବିଦ୍ୟାଳୟ ଓ ଗଣଶିକ୍ଷା ସଚ଼ିବଙ୍କୁ ସଂଘ ତରଫରୁ ବିନମ୍ର ଅନୁରୋଧ କରାଯାଇଥିଲା ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.