ଜୁନିଅର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କୋରାପୁଟ (ତ୍ରିନାଥ ପଟ୍ଟନାୟକ): ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ଜୁନିୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସିମାଞ୍ଚଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା, ଜିଲ୍ଲା ଜୁନିୟର ରେଡ଼କ୍ରସ ସାଧନକର୍ମୀ ଶୁଭସ୍ମିତା ସାହୁ ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ମ୍ୟାଲେରିଆ ରୋଗର କାରଣ ଓ ନିରାକରଣ ବିଷୟରେ ଆଲୋକପାତ କରିବା ସହିତ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ପରିଶେଷରେ ମ୍ୟାଲେରିଆ ରୋଗର ନିରାକରଣ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.