ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ଅନ୍ତର୍ଗତ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍ମାର୍ଟ ଶ୍ରେଣୀ ଗୃହ ଲୋକାର୍ପିତ ହୋଇଯାଇଛି। ଏନେଇ ଆୟୋଜିତ ଭବ୍ୟ ସମାରୋହରେ ଅତିଥି ଭାବରେ ଜଗନ୍ନାଥ ସଂସ୍କୃତି ପ୍ରଚାରକ କଟକର ଶ୍ରୀ ଶ୍ରୀ ଆଶିର୍ବାଦ ମହାରାଜ ଯୋଗଦାନ କରି ଶୂଭ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଟିକେ ଚନ୍ଦ୍ର ମାଝୀ ସଭାପତିତ୍ବ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ସମାଜସେବୀ ତଥା ବିଶିଷ୍ଟ ଶିକ୍ଷାବିତ ବ୍ରଜେନ୍ଦ୍ର କୁମାର ପଟ୍ଟଯୋଶୀ, ଜୟପାଟଣା ବ୍ଳକ ଅଧ୍ୟକ୍ଷ ଥବିର ବାଗ, ଉପାଧ୍ୟକ୍ଷା ଜାନକୀ ବାଣୁଆ, ସହ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ମୋହନ ଯୋଶୀ, ପ୍ରାଣ ରଞ୍ଜନ ବେହେରା, ରେଙ୍ଗାଲପାଲି ସରପଂଚ ଐଶ୍ୱର୍ଯ୍ୟ କୁମାର ଦାସ, ରେଙ୍ଗାଲ ପାଲି ସଗଆରସିସି ରମାକାନ୍ତ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।
ରେଙ୍ଗାଲ ପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ ଳାବାଣ୍ୟ ବାଣୁଆ, ଶ୍ରୀକାନ୍ତ ଦଳପତି, ସୁଜିତ ସାହୁ, ଭେଙ୍କଟେଶ୍ବର ରାଓ, ଦେବାଶିଷ ମହାପାତ୍ର, ନିଶିକାନ୍ତ ଦଳପତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟରେ ଅଧ୍ୟୟନ କରି ଥିବା ଅଷ୍ଟମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ବିଦିୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଉତ୍ସବରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ତଥା ଅବିଭାବକ ଯୋଗ ଦେଇଥିଲେ।