ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ପଦ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆରଏଫ) ମୁଣ୍ଡୁଲି, କଟକ ତରଫରୁ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି ।

Omkar Vasthu
Omkar Vasthu


ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଲିତେନ୍ଦୁ ନାୟକଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ତହସିଲଦାର ସୁଜନ ସେଠ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଏନଡିଆରଏଫ ଟିମ୍ କମାଣ୍ଡର ଉଦୟ ଶଙ୍କର ପ୍ରସାଦ ଓ ସବ୍ ଇନ୍ସପେଟର ରମେଶ କୁମାରଙ୍କ ତତ୍ବାବଧାନରେ ପ୍ରଶିକ୍ଷକମାନେ ଯୁବ ରେଡକ୍ରସ୍, ଏନସିସି ଓ ଏନଏସଏସ ର ସ୍ଵେଚ୍ଛାସେବୀ ଓ ଛାତ୍ରଛାତ୍ରୀଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ/ଅଧ୍ୟାପିକା ମାନଙ୍କୁ ବିପର୍ଯ୍ୟୟ ପରିଚାଳନା ଓ ପ୍ରାଥମିକ ଚିକିତ୍ସାର ବିଭିନ୍ନ ଦିଗ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।


ଯୁବ ରେଡ୍ କ୍ରସ୍ ର ପରାମର୍ଶଦାତା ପ୍ରାଧ୍ୟାପକ ବିଦ୍ୟାଧର ଦାଶ ଧନ୍ୟବାଦ ପ୍ରଦାନ କରିଥଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ ତିନିଶହ ଛାତ୍ର ଛାତ୍ରୀ ଯୋଗଦାନ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.