ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘ ବୈଠକ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ରାଜ୍ୟସ୍ତରୀୟ ବୈଠକ ଆଜି ଭୂବନେଶ୍ବରର ଆଚ଼ାର୍ଯ୍ୟ ବିହାର ଛକ ସ୍ଥିତ ମା’ ଭୂବନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ରାଜ୍ୟ ସଭାପତି ସୂର୍ଯ୍ୟକାନ୍ତ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ସମ୍ପାଦକ ଜୀବନ କୁମାର ବେହେରା, ଯୁଗ୍ମ ସଂପାଦକ ଆୟୁଷ୍ମାନ ଚ଼ୌଧୁରୀ, କୋଷାଧ୍ୟକ୍ଷ ରୌପ୍ୟରଞ୍ଜନ ସାମନ୍ତରାୟ, ସହ-କୋଷାଧ୍ୟକ୍ଷ ରାକେଶ ସାହୁ ପ୍ରମୁଖ ଯୋଗଦେଇ ଦିବ୍ୟାଙ୍ଗ ମାନଙ୍କ ଶିକ୍ଷାର ବିକାଶ ନିମନ୍ତେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ବତନ୍ତ୍ର ଶିକ୍ଷକ ନିମନ୍ତେ ସରକାରଙ୍କର ଦୃଷ୍ଟି ଆକର୍ଷଣ କରିବା ପାଇଁ ସଂଘ ତରଫରୁ ଅନୁରୋଧ କରାଯାଇଥିଲା, ଏବଂ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରାଗଲେ ଦିବ୍ୟାଙ୍ଗ ମାନେ ଭଲ ଭାବରେ ଶିକ୍ଷା ଗ୍ରହଣ କରିବା ସହ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ୍ ହୋଇପାରନ୍ତେ ବୋଲି ମତ ପ୍ରକାଶ କରିଥିଲେ।ସଂଘ କୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବାକୁ ସମସ୍ତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସଭାରେ ସମସ୍ତ ଜିଲ୍ଲା ର ନେତୃମଣ୍ଡଳୀ ଓ ୧୦୦ ରୁ ଉର୍ଦ୍ଧ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଯୋଗ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.