ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ପୋରକ ସରଞ୍ଜାମ ଜବତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଏସପି ଭିନୀତ ଅଗ୍ରୱାଲଙ୍କ ନିର୍ଦ୍ଦେଶରେ ଏସଓଜି ଏବଂ ଡ଼ିଭିଏଫ ଯବାନ ମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲର ମାଓବାଦୀ କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି। ଜବତ ସାମଗ୍ରି ମଧ୍ୟରେ ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶାସ ମେଗାଜିନ, ଚଷମା ଆଦି ଜିନିଷ ପତ୍ର ମାନ ଥିବା ଏସପି ଅଗ୍ରୱାଲ କହିଛନ୍ତି। ସେଠାରେ କେକେବିଏନ ଡ଼ିଭିଜନ ମାଓବାଦୀ ମନେ କ୍ୟାମ୍ପ କରିଥିବା ଆହୁରି ସୂଚନା ଦେଇଥିଲେ ଏସପି। ସେହିପରି ଗତ ମଇ ମାସ ୨୨ ତାରିଖରେ ଛତିଶଗଡ଼ ବିଜେପୁର ଜିଲା ଅନ୍ତର୍ଗତ ବାସାଗୁଡା ଥାନା ଅନ୍ତର୍ଗତ ଡ଼ାଲା ଗ୍ରାମର ଅଶୋକ ପୁନେ ନାମକ ଜଣେ ହାର୍ଡ କୋର ମାଓବାଦୀ ଓ ଏରିଆ କମିଟି ସଦସ୍ୟ ଏସପି ଭିନୀତ ଅଗ୍ରୱାଲଙ୍କ ନିକଟରେ ଆତ୍ମସମର୍ପଣ କରିଥିଲା। ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ଅଶୋକ ହିଂସା ପରିତ୍ୟାଗ କରି ଆତ୍ମ ସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା କହିଥିଲା। ସରକାରଙ୍କ ଲୋଭନୀୟ ପେକେଜ ପ୍ରତି ଆକର୍ଷିତ ହେଇ ଦିନକୁଦିନ ମାଓବାଦୀ ମାନେ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରୁଥିବା ଦେଖାଯାଉଛି। କନ୍ଧମାଳ ଏସପିଙ୍କ ରଣ କୌଶଳ, ଲଗାତାର କମ୍ବିଂ ଅପରେସନ ଯୋଗୁଁ ମାଓ ସଂଗଠନ ଦିନକୁଦିନ ଦୁର୍ବଳ ହେବାରେ ଲାଗିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.