ସେବା ସ୍ବଧାର ଗୃହ ପକ୍ଷରୁ ରଜ ଉତ୍ସବ

ଓଡ଼ିଆ ବାର୍ତ୍ତା/ ନୟାଗଡ: ନୟାଗଡ ଜିଲ୍ଲାର ଅଗ୍ରଗାମୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେବା’ ଦ୍ଵାରା ପରିଚାଳିତ ସେବା ସ୍ଵଧାର ଗୃହ ତରଫରୁ ରଜ ଉତ୍ସବ ପାଳିତ ହୋଇ ଯାଇଛି। ଉକ୍ତ ଉତ୍ସବରେ ସେବା ସ୍ୱଧାର ଗୃହ ତରଫରୁ ରଜ ପାଇଁ ଓଡ଼ିଶାର ପାରମ୍ପରିକ ପିଠା ଓ ମିଠା ବଣ୍ଟନ କରାଯାଇଥିଲା। ସ୍ୱଧାର ଗୃହ ଅନ୍ତେବାସୀନି ମାନଙ୍କୁ ନେଇ ଏକ ଝୋଟି ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସେବା ସ୍ୱଧାର ଗୃହର ତତ୍ତ୍ଵାବଧାରିକା ବନିତା ମଲ୍ଲିକ, ପରାମର୍ଶ ଦାତ୍ରୀ ସରିତା ଆଚାର୍ଯ୍ୟ ଓ ସେବା ମାନସିକ ଅନଗ୍ରସର ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ଯୋଗ ଦେଇଥିଲେ। ସେବାର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ଓ ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧି ସମସ୍ତ ଅନ୍ତେବାସୀନି ମାନଙ୍କୁ ପହିଲି ରଜର ଶୁଭେଚ୍ଛା ଜଣାଇଥିଲେ । ସେବା ରେ ଆୟୋଜିତ ରଜ ଉତ୍ସବଟି ସେବା ର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ଓ ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧନରେ ସମ୍ପାଦିତ ହୋଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.