ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଉଛଳା ଠାରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନବ କିଶୋର ନାଏକଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଶିକ୍ଷକ ଲକ୍ଷେଶ୍ବର ସାହୁ ଛାତ୍ର ଛାତ୍ରୀ ମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଟେମଲାଲ ନାଏକଙ୍କ ସହ ସଭ୍ୟ ସଭ୍ୟାମାନେ ଉପସ୍ଥିତ ରହିଥିଲେ।