ରେଙ୍ଗାଲପାଲି ସ୍କୁଲରେ ବିଦ୍ୟାଳୟ ପରିଚାଳନା କମିଟି ପ୍ରଶିକ୍ଷଣ ଶିବିର

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ଅନ୍ତର୍ଗତ ରେଙ୍ଗାଲପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ମାନଙ୍କୁ ନେଇ ଏକ ତିନି ଦିନିଆ ପ୍ରଶିକ୍ଷଣ ଶିବିର ‘ସହଯୋଗ’ ‌ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରଶିକ୍ଷଣ ଶିବିରଟିକୁ ବିଦ୍ୟାଳୟର ସଭାପତି ଉମାଶଙ୍କର ଦୀପ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ। ଜୁନ୍ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ତିନି ଦିନିଆ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ତଥା ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ଯୋଗଦାନ କରି ତାଲିମ ଗ୍ରହଣ କରିଥିଲେ। ଏହି ପ୍ରଶିକ୍ଷଣ ଶିବିର ପ୍ରୋଜେକ୍ଟର ମାଧ୍ୟମରେ ତାଲିମ୍ ପ୍ରଦାନ କରାଯାଇଥିଲା। ପ୍ରଶିକ୍ଷକ ଶିକ୍ଷକ ଭାବରେ କୋଟେଶ୍ବର ରାଓ ଏବଂ ସୁଜିତ କୁମାର ସାହୁ ଦାୟିତ୍ବ ନିର୍ବାହ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକ ସମସ୍ତ ସାଧନ ଉପଲବ୍ଧ କରାଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.