କିଡିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ବିତୀୟ ସହଯୋଗ ତାଲିମ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକର କିଡିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତିନି ଦିନ ଧରି ଚାଲିଥିବା ଦ୍ଵିତୀୟ ସହଯୋଗ ଶିବିର ଉଦଯାପିତ ହୋଇଯାଇଛି। ଦ୍ଵିତୀୟ ସହଯୋଗ ତାଲିମ ଶିବିରରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ସଦସ୍ୟା ମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଏଥିରେ ତାଲିମ ଦାତା ଭାବେ ଶିକ୍ଷକ ଥବିର ଦୋରା, ମାନସ କୁମାର ନାଏକ ପ୍ରମୁଖ ଯୋଗଦେଇ କମିଟିର ସଦସ୍ୟ ସଦସ୍ୟା ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଏହି ଅବସରରେ ଉଦଯାପନୀ ଉତ୍ସବରେ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମୁନିରାମ ଶବର, ପୂର୍ବତନ ୱାର୍ଡ଼ ସଭ୍ୟ ଚନ୍ଦ୍ରମଣି ଭୋଇ, ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଶିକ୍ଷୟିତ୍ରୀ ଲିଳାବତୀ ନାଗ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.