ଲାଞ୍ଜିଗଡ଼ରୋଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ମାସିକ ବୈଠକ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଗ୍ରାମ ପଞ୍ଚାୟତର ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ଅତିଥି ଭାବେ ସମିତି ସଦସ୍ୟା ମୁକ୍ତା ଭୋଇ, ନାଏବ ସରପଞ୍ଚ ଅନଙ୍ଗ ମାଝୀଙ୍କ ସମେତ ପଞ୍ଚାୟତ ଅଞ୍ଚଳର ସମସ୍ତ ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ। ଏଥିରେ ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତର ସମସ୍ତ ୱାର୍ଡ଼ ସଭ୍ୟ/ ସଭ୍ୟା ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ମାସିକ ବୈଠକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସ। ଏହି ଅବସରରେ ବିଭିନ୍ନ ସମସ୍ୟା ସମ୍ପର୍କରେ ୱାର୍ଡ଼ ସଭ୍ୟ/ ସଭ୍ୟା ମାନଙ୍କ ମଧ୍ୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.