ଆଡ଼ପ ମଣ୍ଡପରେ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭବାନୀପାଟଣା ସ୍ଥିତ ମୁଖ୍ୟ ଜଗନ୍ନାଥ ମନ୍ଦିରର ରଥ ପରମ୍ପରା ଅନୁଯାୟୀ ସନ୍ଧ୍ୟା ସୁଦ୍ଧା ମାଣିକେଶ୍ୱରୀ ମନ୍ଦିର ନିକଟରେ ପହଞ୍ଚିଥିଲେ। ରାତି ତମାମ ଓ ଆଜି ଅପରାହ୍ନ ୪ଟା ପର୍ଯ୍ୟନ୍ତ ରଥାରୂଢ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଶ୍ରଦ୍ଧାଳୁ ମାନେ ଦର୍ଶନ କରିଥିଲେ। ଶନିବାର ଅପରାହ୍ନ ୪ଟା ୩୦ମି ରେ ଶ୍ରୀ ଜୀଉ ମାନଙ୍କର ପହଣ୍ଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଳାହାଣ୍ଡି ରାଜ ପରିବାର ସଦସ୍ୟ ତଥା ପୂର୍ବତନ ସାଂସଦ ବଳଭଦ୍ର ମହାପ୍ରଭୁଙ୍କ ପାଟ ଦଉଡି ଧରି ପହଣ୍ଡି ବିଜେ ସେବା ସମ୍ପାଦନ କରିଥିଲେ। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଗୁଣ୍ଡିଚା ମନ୍ଦିରକୁ ଅଣାଯାଇଥିଲା। ପରମ୍ପରା ଅନୁଯାୟୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବନ୍ଦାପନା ପରେ ଶ୍ରୀ ଜୀଉ ମାନଙ୍କୁ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରାଯାଇଥିଲା। ଆଡ଼ପ ମଣ୍ଡପରେ ପ୍ରଥମ ସନ୍ଧ୍ୟାରେ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ କରାଯାଇଥିଲା। ହଜାର ହଜାର ଶ୍ରଦ୍ଧାଳୁ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ ଦର୍ଶନ କରିଥିଲେ। ଗୁଣ୍ଡିଚା ମନ୍ଦିରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଆୟୋଜିତ ଶ୍ରୀଜଗନ୍ନାଥ ଭଜନଧାରାରେ ଜଗନ୍ନାଥ ତ୍ରିପାଠୀ ଓ ସାଥି ଭଜନ ପରିବେଷଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.