ଆଜି ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ସୋମବାର ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ ଦେଶର ପ୍ରାୟ ୪୮୦୦ ନିର୍ବାଚିତ ସାଂସଦ ଓ ବିଧାୟକ ଭୋଟ୍ ଦେବେ। ଏଥିପାଇଁ ସଂସଦ ଭବନ, ପ୍ରତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତି ବିଧାନସଭାକୁ ଆବଶ୍ୟକ ବାଲାଟ ପେପର ଓ ଭୋଟ ବାକ୍ସ ପଠାଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦେଶ ଅନୁଯାୟୀ ସାଂସଦମାନେ ସବୁଜ ରଙ୍ଗର ବାଲାଟ ପେପର ଓ ବିଧାୟକମାନେ ପିଙ୍କ ରଙ୍ଗର ବାଲାଟ ପେପରରେ ଭୋଟ ଦେବେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଚଳିତ ନିର୍ବାଚନରେ ପ୍ରତି ସାଂସଦଙ୍କ ଭୋଟ ମୂଲ୍ୟ ୭୦୦ ରହିଥିବାବେଳେ ବିଧାୟକଙ୍କ ଭୋଟ ମୂଲ୍ୟ ରାଜ୍ୟ ଜନସଂଖ୍ୟା ଆଧାରରେ ଭିନ୍ନ ଭିନ୍ନ ରହିଛି। ଏହି ନିର୍ବାଚନରେ ବିଜେପି ନେତୃତ୍ବ ଏନଡିଏ ମେଣ୍ଟ ପକ୍ଷରୁ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ଦଳଗୁଡିକ ପକ୍ଷରୁ ଯଶୋବନ୍ତ ସିହ୍ନା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୨୧ରେ ରାଷ୍ଟ୍ରପତି ନିର୍ବାଚନ ଭୋଟ ଗଣତି ହେବ। ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ। ଏଠାରେ ପ୍ରକାଶଯୋଗ୍ୟ ଯେ, ସୋମବାର ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ କାଳରେ ସଂସଦରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.