ଆଗ ମାଟି ପରେ ପାର୍ଟି: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଚାଲିଛି ଭୋଟଦାନ। ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟକ୍କର ଦେଉଛନ୍ତି ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା। ଏହାରି ଭିତରେ ଏକ ବଡ ଖବର ଆସି ପହଞ୍ଚିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଥିବା ପ୍ରକାଶ କରିଛନ୍ତି। ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ। ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। ମୋକିମ କହିଛନ୍ତି ଯେ, ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି। ଦଳୀୟ ହ୍ୱିପ୍ ଜାରି ହୋଇ ନଥିବାରୁ ବିବେକ ଅନୁଯାୟୀ ଭୋଟ ଦେଇଛି। ପୂର୍ବରୁ ପିସିସି ସଭାପତି ମିଳିତ ବିରୋଧୀ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.